କଟକ ନିକଟରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, 2 ମୃତ, 40ରୁ ଅଧିକ ଆହତ
2 dead, over 40 injured in bus-truck head-on crash near Cuttack
ସାଲେପୁର: ସାଲେପୁର କଟକ ଚାନ୍ଦାବାଲି ରାସ୍ତା କଟରପଡା ନିକଟରେ ଭୟଙ୍କର ଦୁର୍ଘଟଣା । ପ୍ରବଳ କୁହୁଡି ଯୋଗୁଁ ଟ୍ରକ ଓ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣାରେ ଦୁଇ ଗାଡିର ଡ୍ରାଇଭରଙ୍କର ଅବସ୍ଥା ଗୁରୁତର ରହିଛି । ସମସ୍ତ ଆହତ ଓ ଗୁରୁତରଙ୍କୁ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।ବସ୍ଟି କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ବସ୍ରେ ପ୍ରାୟ ୬୦ ଜଣ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି।
