ମୋର କୌଣସି ପଦପଦବୀ ଆଶା ନାହିଁ, ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ପଛରେ ଠିଆ ହେବି : କାର୍ତ୍ତିକ ପାଣ୍ଡିଆନ
I don't expect any post, will always stand behind CM: Karthik Pandian
ଭୁବନେଶ୍ୱର ୧୬/୧୨ : ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଜନତା ଦଳ ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ । ଆଉ ମୁଁ ମୁଖ୍ୟମନ୍ତ୍ରୀଙ୍କ ପଛରେ ୧୪୭ ନିର୍ବାଚନମଣ୍ଡଳୀରେ ଠିଆ ହେବି ବୋଲି କହିଛନ୍ତି 5T ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସେ କହିଛନ୍ତି ଯେ ମୁଁ ଦୁଇଟି ଆଶୀର୍ବାଦ ପାଇଛି। ଗୋଟିଏ ହେଉଛି ମହାପ୍ରଭୁ ଜଗନ୍ନାଥଙ୍କ ସେବା ଓ ଅନ୍ୟଟି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ କାର୍ଯ୍ୟ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇଛି ଓ ତାଙ୍କ ପ୍ରତି ମୁଁ ସମ୍ପୂର୍ଣ୍ଣ ସମର୍ପିତ। ମୁଁ ମୋର ଭବିଷ୍ୟତ ମହାପ୍ରଭୁ ଜଗନ୍ନାଥ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସମର୍ପଣ କରି ଦେଇଛି। ବିଜୁ ଜନତା ଦଳକୁ ଅଧିକ ସୁଦୃଢ଼ କରି ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବାକୁ କାର୍ଯ୍ୟ କରିବି। ଏହି ପରିବାରରେ ମୁଁ ଓଡ଼ିଶା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ କାର୍ଯ୍ୟ କରିବାର ପ୍ରତ୍ୟକ୍ଷ ସୁଯୋଗ ପାଇଛି। ଦଳର ଲକ୍ଷଲକ୍ଷ କର୍ମୀଙ୍କ ପାଇଁ କାମ କରିବାକୁ କେବେ ସୁଯୋଗ ମିଳି ନ ଥିଲା, ଏବେ ତାହା ମୋତେ ମିଳିଛି। ଏବେ ସରକାର ଓ ଲୋକଙ୍କ ସେବାରେ ଯେଉଁ ରୂପାନ୍ତରୀକରଣ ଆସିଛି ତାହା ସୁଉଚ୍ଚ ହେବାର ପ୍ରତିଶ୍ରୁତି ଦେଉଛି ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ।
