ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷଣା କଲେ କୋର୍ଟ ୨୦୨୪ରେ ନିର୍ବାଚନ ଲଢ଼ି ପାରିବେନି ଟ୍ରମ୍ପ
Trump wont be able to run for president in 2024
ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା। ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢ଼ି ପାରିବେନି ଟ୍ରମ୍ପ। କ୍ୟାପିଟଲ୍ ହିଂସା ମାମଲାରେ ତାଙ୍କୁ ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷଣା କରିଛନ୍ତି କୋଲୋରାଡୋ କୋର୍ଟ। ଆମେରିକୀୟ ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ ଏହି ରାୟ ଦେଇଛନ୍ତି କୋର୍ଟ। ତେବେ କୋଲୋରାଡୋ କୋର୍ଟଙ୍କ ଏହି ରାୟକୁ ଚାଲେଞ୍ଜ କରି ଉପର ଅଦାଲତର ଦ୍ବାରସ୍ଥ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ। ଗତ ୨୦୨୦ ମସିହା ନଭେମ୍ବରରେ ହୋଇଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ ରାଷ୍ଟ୍ରପତି ପଦ ହରାଇଥିଲେ। ମାତ୍ର ସେ ନିଜ ପରାଜୟକୁ ସ୍ବୀକାର କରିବାକୁ ପ୍ରସ୍ତୁତ ନ ଥିଲେ। ପରେ ୨୦୨୧ ଜାନୁୟାରୀରେ ଆମେରିକାରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ଟ୍ରମ୍ପଙ୍କ ସମର୍ଥକ ହ୍ୱାଇଟ ହାଉସରେ ପଶି ବ୍ୟାପକ ଭଙ୍ଗାରୁଜା କରିଥିଲେ।
