ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା
ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା
ଭୁବନେଶ୍ବର – ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେଉଛି। ପରୀକ୍ଷା ଫେବ୍ରୁଆରୀ ୧୨ ତାରିଖରେ ଶେଷ ହେବ । ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରତିଦିନ ଗୋଟିଏ ସିଟିଂରେ ଦିନ ୧୦ଟାରୁ ଗୋଟାଏ ପର୍ଯ୍ୟନ୍ତ ହେବ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ । ଫେବ୍ରୁଆରୀ ୧୬ ତାରିଖରୁ ବିଜ୍ଞାନ ଓ ୧୭ତାରିଖରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ ।
ଚଳିତବର୍ଷ ମୋଟ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୪୪୭, ବାଣିଜ୍ୟରେ ୨୫ ହଜାର ୯୬୦ ଓ ଧନ୍ଦାମୂଳକରେ ୫ ହଜାର ୭୬୫ ଜଣ ଛାତ୍ରଛାତ୍ରୀ ଦେବେ ପରୀକ୍ଷା । ସେଥିପାଇଁ ୧୧ ଶହ ୫୦ ପରୀକ୍ଷା ସେଣ୍ଟର୍ ସହ ୨୦୨ଟି ହବ କରାଯାଇଛି । କପି ରୋକିବା ପାଇଁ ବୋର୍ଡ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ସ୍କ୍ୱାର୍ଡ ବ୍ୟବସ୍ଥାକୁ କଡାକଡି କରାଯାଇଛି। ତ୍ରିସ୍ତରୀୟ ସ୍କ୍ୱାର୍ଡ ସହ ଜିଲ୍ଲା ସ୍ତରରେ ରହିବେ ସେଣ୍ଟ୍ରାଲ ସ୍କ୍ୱାର୍ଡ। ପରୀକ୍ଷା କେନ୍ଦ୍ର ରେ ସିସିଟିଭି ଲାଗିବା ସହ ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରୁ ହେବ ଲାଇଭ ଷ୍ଟ୍ରିମିଂ।
